ରାଜ୍ୟରେ ୧୧ ତାରିଖ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା

ଭୁବନେଶ୍ୱର (ରାଜ୍ୟ କାହାଣୀ)ଟ୍ରପ୍‌ ଲାଇନ୍‌ ପ୍ରଭାବରେ ଗତ ୨୪ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ବିଭିନ୍ନ ସ୍ଥାନରେ ୧୧ ତାରିଖ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୩ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ପୁରୀଠାରେ ସର୍ବାଧିକ ବର୍ଷା ୭୭.୨ ମି.ମି. ବର୍ଷା ରେକର୍ଡ କରାଯାଇଥିବାବେଳେ, ଭଦ୍ରକ ଚାନ୍ଦବାଲିରେ ୫୬.୪ ମି.ମି ଏବଂ ସୋନପୁରଠାରେ ୩୨.୨ ମି.ମି. ବର୍ଷା ହୋଇଛି। ଆସନ୍ତାକାଲି ପାଇଁ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ୨୦ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

You might also like