ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢିଲା ମହଙ୍ଗା ଭତ୍ତା
ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ ବୃଦ୍ଧି ପାଇ ୨୬୨% ରେ ପହଞ୍ଚିଛି। ଏହି ବୃଦ୍ଧି ପିଛିଲା ଭାବେ ଚଳିତ ବର୍ଷ ଜାନୁଆରି ୧ରୁ ଲାଗୁ ହେବ । ଫଳରେ କର୍ମଚାରୀମାନେ ବର୍ତ୍ତମାନର ବଢ଼ିଥିବା ଭତ୍ତା ସହ ବକେୟା ଟଙ୍କା ମଧ୍ୟ ପାଇବେ । ଦ୍ରବ୍ୟ ମୂଲ୍ୟ ବୃଦ୍ଧି ଓ ଜୀବନଯାପନ ଖର୍ଚ୍ଚ ବଢ଼ୁଥିବା ସମୟରେ ସରକାରଙ୍କ ଏହି ଘୋଷଣା କର୍ମଚାରୀଙ୍କ ପାଇଁ ବଡ଼ ଆର୍ଥିକ ଆଶ୍ୱସ୍ତି ଆଣିଛି ।ବର୍ଦ୍ଧିତ ଭତ୍ତା ଜୁଲାଇ ମାସ ଦରମାରେ ମିଳିବ ବୋଲି ଜଣାପଡ଼ିଛି।