ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି
ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ଦକ୍ଷିଣ ଓଡ଼ିଶାର ନବରଙ୍ଗପୁର, କୋରାପୁଟ, ମାଲକାନଗିରିରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଅଛି। ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଓଡ଼ିଶା ଏବଂ ଆଭ୍ୟନ୍ତରୀଣ ଅଞ୍ଚଳର ବହୁ ଜାଗାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଶନିବାର ଦିନ ଭିତରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି।ଆସନ୍ତକାଲିଠୁ କମିବ ବର୍ଷା ପରିମାଣ । କାଲି ବିଜୁଳି, ଘଡ଼ଘଡ଼ି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସକାଳୁ ସକାଳୁ ରାଜଧାନୀର କିଛି ସ୍ଥାନରେ ମଧ୍ୟ ଜାରି ରହିଛି ବର୍ଷା ।