ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନିତିକାନ୍ତି ପାଇଁ ଚାରି ଘଣ୍ଟା ପାଇଁ ସାର୍ବଜନୀନ ଦର୍ଶନ ବନ୍ଦ

ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ୍ନ କରିବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ତେବେ ସୋମବାର ସନ୍ଧ୍ୟା ୬ଟା ଠାରୁ ରାତିି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ହୋଇ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହେବା ପରେ ମଇଲମ ନୀତି ଅନୁଷ୍ଠିତ ହେବ। ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଏହାପରେ ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରେ ବିଜେ କରିବେ। ମହାପ୍ରଭୁଙ୍କ ଖସାପଡ଼ା ନୀତି ନିମନ୍ତେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ। ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ।

You might also like