‘ଶ୍ରୀ ଜଗନ୍ନାଥ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଦିନ ରାଜ୍ୟବାସୀଙ୍କ ପାଇଁ ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’କୁ ପତାକା ଦେଖାଇ ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟର ନବରଙ୍ଗପୁର, ଭଦ୍ରକ, ବାରିପଦା, ସମ୍ବଲପୁର, ଏବଂ ବ୍ରହ୍ମପୁରଠାରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ ହୋଇଛି। ୫ଟି ଜିଲ୍ଲାରୁ ପ୍ରାୟ ୫୦୦ ଶ୍ରଦ୍ଧାଳୁ ତୀର୍ଥଯାତ୍ରୀ ଏସ୍କଟ ଅଫିସରଙ୍କ ସହିତ ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି। ଏହି ଯୋଜନାରେ ଚଳିତ ବର୍ଷ ରାଜ୍ୟର ୫ ହଜାର ହିତାଧିକାରୀ ଏବଂ ଆସନ୍ତା ୪ ବର୍ଷ ମଧ୍ୟରେ ୧ ଲକ୍ଷରୁ ଉର୍ଦ୍ଧ୍ୱ ଯୋଗ୍ୟ ହିତାଧିକାରୀଙ୍କୁ ମହାପ୍ରଭୁଙ୍କ ଦର୍ଶନ କରାଇବାର ଲକ୍ଷ୍ୟ ରହିଛି। ଆର୍ଥିକ ଦୁର୍ବଳ ଶ୍ରେଣୀର ୬୦ ରୁ ୭୫ ବର୍ଷ ବୟସ ସୀମା ମଧ୍ୟରେ ଥିବା ବରିଷ୍ଠ ନାଗରିକ ଓ ୭୫ ବର୍ଷ ବୟସ ମଧ୍ୟରେ ଥିବା ସମସ୍ତ ବିଧବା ମା’ ମାନଙ୍କୁ ଏହି ଯୋଜନାରେ ସାମିଲ କରାଯାଉଛି। ଯୋଜନାର ହିତାଧିକାରୀମାନଙ୍କୁ ଏସି ବସରେ ଯାତାୟତ ସହ ପୁରୀ ବୃନ୍ଦାବତୀ ନିବାସରେ ରହଣି ଓ ମହାପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି।

You might also like