ସ୍କୁଲ ବହି ତ୍ରୁଟି ପ୍ରସଙ୍ଗ। ମୁଖ୍ୟମନ୍ତ୍ରୀ ହେଲେ କଠୋର । ରିପୋର୍ଟ ଆସିବା ପରେ ନିଲମ୍ବନ ହେଲେ ପୂର୍ବତନ ନିର୍ଦ୍ଦେଶକ

ଭୁବନେଶ୍ୱର (ରାଜ୍ୟ କାହାଣୀ) ସ୍କୁଲ ବହି ତ୍ରୁଟି ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଥିବା  କମିଟି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରିପୋର୍ଟ ପ୍ରଦାନ କରିଛି।କମିଟିର ସୁପାରିଶ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି।

ଏହି ନିଷ୍ପତି ଅନୁଯାୟୀ 

ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର (Teachers Training & SCERT) ତତ୍କାଳୀନ ନିର୍ଦ୍ଦେଶକ ଶ୍ରୀ  ମନୋଜ ପାଢ଼ୀଙ୍କ ସହିତ ତିନି ଜଣ ସହକାରୀ ନିର୍ଦେଶକ ପ୍ରଲିପ୍ତା ମିଶ୍ର, ଦିଲୀପ କୁମାର ସାହୁ, ଓ ଭାରତୀ ଟୁଡୁଙ୍କୁ ନିଲମ୍ବିତ କରାଯାଇଛି।

ଏହା ସହିତ 

୬ ଜଣ ସହକାରୀ ନିର୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏମାନେ ହେଲେ ବନ୍ଦିତା ପଟ୍ଟନାୟକ, ମାନସ ରଞ୍ଜନ ରାଉତ, ମନୋରଞ୍ଜନ ମହାପାତ୍ର, ଡକ୍ଟର ପ୍ରଶାନ୍ତ କୁମାର ସାହୁ, ମାନସ କୁମାର ନାୟକ ଏବଂ ଡକ୍ଟର ସୁଦର୍ଶନ ସନ୍ତରା ।

ପିଲାଙ୍କ ଶିକ୍ଷା ଓ ତ୍ରୁଟି ସୁଧାରିବା ପାଇଁ କମିଟି ୧୪ ଟି ସୁପାରିଶ କାର୍ଯ୍ୟକାରୀ କରାଯିବ।

ଏଗୁଡ଼ିକ ହେଉଛି SCERT ପକ୍ଷରୁ ମାଷ୍ଟର ତ୍ରୁଟି (Errata)  ରେଜିଷ୍ଟର ପ୍ରସ୍ତୁତ କରାଯିବ, ସବୁ ପିଲାଙ୍କୁ ସଂଶୋଧିତ ତଥ୍ୟ ପ୍ରଧାନ କରାଯିବ, SCERT ରେ Quality Assurance Cell ଖୋଲାଯିବ ଇତ୍ୟାଦି। ଏହା ସହିତ ଭବିଷ୍ୟତରେ କୌଣସି ପାଠ୍ୟ ପୁସ୍ତକ ଭାଷା, ଚିତ୍ର, ତଥ୍ୟ ଓ ଛପା ହେବାପାଇଁ ଆବଶ୍ୟକ ଅନୁମୋଦନ ବିନା ପ୍ରିଣ୍ଟିଙ୍ଗ ପ୍ରେସ କୁ ଯିବ ନାହିଁ।

You might also like