୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର (ରାଜ୍ୟ କାହାଣୀ )ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାଖ ବାଂଲାଦେଶ ଉପରେ ଥିବା ଘୂଣ୍ଣି ର୍ବଳୟ ଘନୀଭୂତ ହେଉଛି। ଶନିବାରକୁ ଲଘୁଚାପ ରୂପ ନେଇ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ରହିବ । ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ମୁହାଁଇ ମୌସୁମୀ ଟ୍ରଫ୍‌ ସହ ସମାନ୍ତରାଳ ଭାବେ ଗାଙ୍ଗେୟ ପଶ୍ଚିମବଙ୍ଗ, ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା, ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଆଡ଼କୁ ଗତି କରିବ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୧ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହାବାଦ ଅନେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତା ୧୩ ଯାଏ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ସତର୍କ କରାଇଛି ।

You might also like