ହାତୀ ଭୟରେ ସ୍କୁଲ୍ ଛୁଟି

ଯାଜପୁର(ରାଜ୍ୟକାହାଣୀ) : ହାତୀ ଭୟରେ ସ୍କୁଲ୍ ଛୁଟି ଘୋଷଣା କଲା ଯାଜପୁର ଜିଲ୍ଲା ପ୍ରଶାସନ । କୋରେଇ ଓ ବ୍ୟାସନଗର ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଥିବାରୁ ଶୁକ୍ରବାର ଏହି ଅଞ୍ଚଳର ସମସ୍ତ ପ୍ରାଇମେରୀ ଓ ହାଇସ୍କୁଲ୍ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । ଗତ ୪ ଦିନ ହେବ ପଛିକୋଟ ଜଙ୍ଗଲରୁ ଆସିଥିବା ହାତୀ ଆହତ ଅବସ୍ଥାରେ ବ୍ୟାସନଗର ଅଞ୍ଚଳକୁ ପଶି ଆସିଥିଲା । ୩ ଦିନ ପୂର୍ବେ ହାତୀଟି ଜଣଙ୍କୁ ମାରିଥିବା ବେଳେ ଗୁରୁବାର ଗୋଡ଼ିପାଟଣା ଓ ରାଧାପାଟଣା ଗାଁର ୨ ଜଣଙ୍କୁ ଦଳି ମାରିଛି । ହାତୀ ଆକ୍ରମଣରେ ବନ ବିଭାଗ କର୍ମଚାରୀଙ୍କ ସମେତ ୩ଜଣ ଗୁରୁତର ଆହତ ହୋଇଛନ୍ତି । ବନ ବିଭାଗ ପକ୍ଷରୁ ହାତୀ ଘଉଡ଼ାଇବାକୁ ଉଦ୍ୟମ ଜାରି ରହିଛି ।

Leave A Reply

Your email address will not be published.