ପୋଲିସ ଗୁଳିରେ ହାଇଦର ସଫା

ଭୁବନେଶ୍ୱର(ରାଜ୍ୟକାହାଣୀ):ଉପକୂଳ ଓଡ଼ିଶାର ଚର୍ଚ୍ଚିତ ଗ୍ୟାଙ୍ଗଷ୍ଟର ସେକ ହାଇଦର ପୋଲିସ ଗୁଳିରେ ନିହତ ହୋଇଛି । ବାଲେଶ୍ୱର ମୁଖ୍ୟଚିକିତ୍ସାଳୟରେ ଚିକିତ୍ସିତ ଅବସ୍ଥାରେ ତାର ମୃତ୍ୟୁ ଘଟିଛି । ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯାଇନଥିଲେ ମଧ୍ୟ ହସପିଟାଲ ଭିତିରୁ ସୁତ୍ରରୁ ଏହା ସ୍ପଷ୍ଟ ହୋଇଛି । ତେବେ ଆଜି ଚୌଦ୍ୱାର ଜେଲରୁ ମୟୂରଭଂଜ ଜିଲ୍ଲା ବାରିପଦା ଜେଲକୁ ସ୍ଥାନାନ୍ତର କରାଯାଉଥିବା ବେଳେ ବାଟରେ ପୋଲିସ ହାଇଦରକୁ ଏନକାଉଂଟର କରିଥିଲା । ପରିଶ୍ରା କରିବା ବାହାନାରେ ହାଇଦର ଦୌଡି ପଳାଉଥିଲା ବଳେ ପୋଲିସ ଗୁଳି ମାଡ କରିଥିଲା । ଦୁଇଟି ଗୁଳି ହାଇଦରର ପେଟରେ ବାଜିଥିଲା । ଫଳରେ ସେ ଗୁରୁତର ଆହତ ହୋଇଥିଲା । ଗୁରୁତର ଅବସ୍ଥାରେ ହାଇଦରକୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ସେଠାରେ ତାର ମୃତ୍ୟୁ ଘଟିଥିବା ଜଣାପଡିଛି ।
ଏନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି, ଆଜି ହାଇଦରକୁ ଚୌଦ୍ୱାର ଜେଲରୁ ବାରିପଦା ଜେଲକୁ ନିଆଯାଉଥିଲା । କଟକ ପୋଲିସର ଏକ ସ୍ୱତନ୍ତ୍ର ଟିମ ତାକୁ ଏସକଟରେ ନେଉଥିଲେ । ବାଲେଶ୍ୱର ଜିଲ୍ଲା ସିମୁଳିଆ ନିକଟରେ ଅପରାହ୍ନ ପ୍ରାୟ ୩ଟା ୨୦ରେ ହାଇଦର ପରିଶ୍ରା ଯିବା ପାଇଁ ଜିଦ ଧରିଥିଲେ । ସେଠାରୁ ସେ ସୁଯୋଗ ଦେଖି ଖସି ପଳାଇବାକୁ ଉଦ୍ୟମ କରିଥିଲା । ସୁରକ୍ଷାକର୍ମୀଙ୍କ ଠାରୁ ବନ୍ଧୁକ ଛଡାଇବାକୁ ଉଦ୍ୟମ କରିଥିଲା । ଉପାୟ ନ ପାଇ ସୁରକ୍ଷାକର୍ମୀ ତାକୁ ଅଟକାଇବାକୁ ଗୁଳି ଚଳାଇଥିଲେ । ଫଳରେ ଗୁଳିଟି ହାଇଦର ପେଟରେ ବାଜିଛି । ଗୁରୁତର ଅବସ୍ଥାରେ ସେ ଚିକିତ୍ସିତ ହେଉଛି ।
ଉଲ୍ଲେଖଥାଉ କି, କୁଖ୍ୟାତ ଅପରାଧୀ ହାଇଦର ଗତ ଏପ୍ରିଲ ୧୦ତାରିଖରେ କଟକ ବଡମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସ୍ୱାସ୍ଥ୍ୟକର୍ମୀ ଏବଂ ପୁଲିସକୁ ଚକମା ଦେଖାଇ ଖସି ପଳାଇଥିଲା । ହାଇଦର ଫେରାର ହୋଇଯିବା ପରେ ଓଡିଶା ପୁଲିସର ନିଦ ହଜିଯାଇଥିଲା । ହାଇଦରକୁ ଧରିବା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କରିଥିଲା । କିଛି ଟିମ୍ କଟକରେ ଏବଂ ଅନ୍ୟ କିଛି ଟିମ୍ ରାଜ୍ୟର ଅନ୍ୟସ୍ଥାନରେ ନିୟୋଜିତ ହୋଇଥିଲେ । ଏଥି ସହିତ ହାଇଦରକୁ ଧରିବା ପାଇଁ ରାଜ୍ୟ ବାହାରେ ମଧ୍ୟ ସ୍ୱତନ୍ତ୍ର ଟିମ୍ କାମ କରୁଥିଲା । ଶେଷରେ ହାଇଦରକୁ ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରୁ ଧରାଯାଇଥିଲା

Leave A Reply

Your email address will not be published.

fifteen − 7 =