ରାଜ୍ୟରେ ଆଉ ଦୁଇଟି ନୂଆ ଆଇଟିଆଇ

ଭୁବନେଶ୍ୱର(ରାଜ୍ୟକାହାଣୀ)ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ) ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାଦ୍ବାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ।

କୁଚିଣ୍ଡାରେ ନୂଆ ସରକାରୀ ଆଇଟିଆଇ ପ୍ରତିଷ୍ଠା ଦ୍ବାରା କୁଚିଣ୍ଡା ବାମରା ଓ ଜମନକିରା ବ୍ଲକର ଯୁବସମାଜ ଉପକାର ପାଇବେ । ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ଚାରିଗୋଟି tradeରେ ଏଠାରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ଦିଆଯିବ। ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢି ଉଠୁଥିବାରୁ ଏହା ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିପୁଳ ଓ ଅତ୍ମନିଯୁକ୍ତି ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରିବ।

ସେହିପରି ବଲାଙ୍ଗୀରର ପାଟଣାଗଡ ଠାରେ ପ୍ରତିଷ୍ଠିତ ଆଇଟିଆଇ ଓରେ ମଧ୍ୟ ୪ ଗୋଟି ଗ୍ଧକ୍ସବୟରରେ ୨୪୦ ଜଣ ପିଲା ଶିଳ୍ପ ତାଲିମ ପାଇପାରିବେ । ବୃତ୍ତିଗତ ତାଲିମ ବ୍ୟବସ୍ଥା ଦ୍ବାରା ବ୍ଲକ୍‌ର ଯୁବକ ଯୁବତୀ ମାନଙ୍କୁ ଦକ୍ଷତା ବୃଦ୍ଧି ହେବା ସହିତ ନିଯୁକ୍ତି/ଆତ୍ମନିଯୁକ୍ତିର ସୁଯୋଗ ସୃଷ୍ଟିରେ ସହାୟକ ହେବ।

ସୂଚନାଯୋଗ୍ୟ ଯେ ରାଜ୍ୟର ୩୧୪ଟି ବ୍ଲକ୍ ମଧ୍ୟରୁ ୨୫୧ଟି ବ୍ଲକ୍‌ର ସରକାରୀ/ବେସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ) ରହିଛି । ସେହିପରି ୫୮ଟି ସବ୍‌ଡିଭିଜନ ମଧ୍ୟରୁ ୪୮ଟିରେ ଆଇଟିଆଇ ରହିଛି । ପାଟଣାଗଡ ଓ କୁଚିଣ୍ଡାରେ ଆଇଟିଆଇ ପ୍ରତିଷ୍ଠା ହେବା ପରେ ଏହି ସଂଖ୍ୟା ୫୦କୁ ବୃଦ୍ଧି ପାଇବ।

ସୂଚନାଯୋଗ୍ୟ ଯେ Skilled in Odishaକାର‌୍ୟ୍ୟକ୍ରମ ଜରିଆରେ ଆମର ଯୁବକ ଯୁବତୀ ମାନେ ବିଭିନ୍ନ ସରକାରୀ ଶିଳ୍ପତାଲିମ ପ୍ରତିଷ୍ଠାନ ମାନଙ୍କରେ ତାଲିମ ନେଇ ନିଜର ଦକ୍ଷତା ଦ୍ବାରା ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିପାରିଛନ୍ତି। ଭୁବନେଶ୍ବର ନିକଟରେ ପ୍ରତିଷ୍ଠିତ World Skill Centreର ଆମର ଯୁବସମାଜ ପାଇଁ ଅନେକ ସମ୍ଭାବନା ସୃଷ୍ଟି କରିଛି।

Leave A Reply

Your email address will not be published.

five × 3 =