ରାଜ୍ୟବାସୀଙ୍କୁ ମାଗଣାରେ ଜାତୀୟ ପତାକା ଯୋଗାଇଦେବେ ସରକାର

ଭୁବନେଶ୍ୱର:(ରାଜ୍ୟକାହାଣୀ)ସାରା ଦେଶ ଚଳିତ ବର୍ଷ ସ୍ୱାଧୀନତା ର ଅମୃତ ମହୋତ୍ସବ ପାଳନ କରିବାକୁ ଯାଉଛି। ଏଥିପାଇଁ ଦେଶ ବାସୀଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖା ଦେଇଛି । ସରକାରୀ ଓ଼ ବେସରକାରୀ ସ୍ତରରେ ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି।

ସ୍ୱାଧୀନତା ର 75ତମ ପୂର୍ତ୍ତି ଉତ୍ସବ ଅବସରରେ ଓଡିଶା ବାସୀଙ୍କୁ ମାଗଣାରେ ଜାତୀୟ ପତାକା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମିଶନ ଶକ୍ତିର ମା’ ମାନଂକୁ ଜାତୀୟ ପତାକା ତିଆରି ଓ଼ ବଣ୍ଟନ ଦାୟିତ୍ୱ ଦିଆଯାଇ।ସୂଚନା ଯୋଗ୍ୟ ଯେ, ମିଶନ ଶକ୍ତିର ମା’ ମାନେ ତିରିଶ ଲକ୍ଷ ତ୍ରିରଙ୍ଗା ପ୍ରସ୍ତୁତ କରିଛନ୍ତି ଏବଂ ଏଥିପାଇଁ ରାଜ୍ୟ ସରକାର ସେମାନଙ୍କୁ ଅନୁଦାନ ଯୋଗାଇ ଦେଇଛନ୍ତି।

Leave A Reply

Your email address will not be published.

15 + one =