କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା

ଭୁବନେଶ୍ୱର(ରାଜ୍ୟକାହାଣୀ):ଘୋଷଣା ଅନୁଯାୟୀ ସହାୟତା ପାଇଛନ୍ତି କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ କର୍ମଚାରୀ । ମଧ୍ୟବର୍ତ୍ତୀ କାଳୀନ ସହୟତା ଭାବରେ ତୋଳାଳୀ 1000 ଟଙ୍କା ପାଇଥିବାବେଳେ ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ମିଳିଛି 1500 ଟଙ୍କା ।

ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏହି ସହାୟତା ବଣ୍ଟନକରିଛନ୍ତି। DBT ଜରିଆରେ ହିତାଧିକାରୀଙ୍କ ଖାତାକୁ ୪୩କୋଟି ଟଙ୍କା ଦିଆଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ,ଗରିବ ଲୋକର ଖୁସି ହିଁ ତାଙ୍କର ସବୁଠାରୁ ବଡ ଖୁସି। ଗରିବ ଲୋକଙ୍କ ସହ ସେ ସବୁବେଳେ ରହିଛନ୍ତି ଓ ସେମାନଙ୍କ କଲ୍ଯାଣ ପାଇଁ ତାଙ୍କର ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଉପନିର୍ବାଚନ ଆଚରଣବିଧି ଉଠିବା ପରେ ବରଗଡ ଜିଲ୍ଲାର ତୋଳାଳୀ ଓ ଅନ୍ଯ କେନ୍ଦୁପତ୍ର କର୍ମଚାରୀ ମାନଙ୍କୁ ଏ ସବୁ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। କେନ୍ଦୁପତ୍ର ହେଉଛି ଗରିବ ଲୋକ ର ଦାନା ପାଣିର କଥା । ତେଣୁ ତା ଉପରେ 18%GST କୁ ନାପସନ୍ଦ କରି ଏହାର ସମ୍ପୂର୍ଣ୍ଣ ଉଛେଦ ପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ କେନ୍ଦ୍ର ନିକଟରେ ଦାବୀ କରିଥିଲେ ।

ଆଜି ନୂଆପଡ଼ା,କଳାହାଣ୍ଡି,କୋରାପୁଟ,ନବରଙ୍ଗପୁର,ଅନୁଗୁଳ,ସମ୍ବଲପୁର,ଝାରସୁଗୁଡା,କନ୍ଧମାଳ, ବୌଦ୍ଧ,କେଉଁଝର,ଦେବଗଡ଼ ଓ ବଲାଙ୍ଗୀର ଆଦି ଜିଲ୍ଲାର ସତର ଡିଭିଜନର ହିତାଧିକାରୀମାନଙ୍କୁ ସହାୟତା ବଣ୍ଟନ କରାଯାଇଥିଲା। .

ଏହି କାର୍ଯ୍ୟକ୍ରମରେ ଜଙ୍ଗଲ ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ପ୍ରଦୀପ ଅମାତ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ଯାଣ ପାଇଁ ସରକାରଙ୍କ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ। ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଡାଃ ମୋନା ଶର୍ମା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଜଙ୍ଗଲ ପରିବେଶ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତଥିଲେ। ସୂଚନାଯୋଗ୍ୟ ଯେ ଗତ ତେଇଶି ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏ ସହାୟତା ବିଷୟ ଘୋଷଣା କରିଥିଲେ .।

Leave A Reply

Your email address will not be published.

6 − three =