ସୋଆ ପ୍ରତିଷ୍ଠାତାଙ୍କ ସହ ଆରଏସ୍‌ଏସ୍ ସମ୍ପର୍କ ପ୍ରମୁଖଙ୍କ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର(ରାଜ୍ୟକାହାଣୀ):ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସୋମବାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସଏସ)ର ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖ ଶ୍ରୀଯୁକ୍ତ ରାମଲାଲ । ତାଙ୍କ ସହିତ ଆରଏସଏସର ପୂର୍ବ ଭାରତ ସମ୍ପର୍କ ପ୍ରମୁଖ ବିଦ୍ୟୁତ ମୁଖାର୍ଜୀ ମଧ୍ୟ ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଭେଟିଛନ୍ତି ।
ସମାଜ ଗଠନର ସାହାଯ୍ୟ କାମନା କରି ଆରଏସଏସ୍ ତରଫରୁ ଜାରୀ ରହିଥିବା ସମ୍ପର୍କ ଅଭିଯାନ ପରିପ୍ରେକ୍ଷୀରେ ସଂଘ ନେତୃବୃନ୍ଦ ସମାଜର ବିଶିଷ୍ଟ ଓ ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କୁ ସାକ୍ଷାତ କରୁଛନ୍ତି । ପ୍ରଫେସର ନାୟକଙ୍କୁ ଶ୍ରୀଯୁକ୍ତ ରାମଲାଲ ଓ ଶ୍ରୀ ମୁଖାର୍ଜୀ ସାକ୍ଷାତ କରିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
ଏହି ସାକ୍ଷାତ ଆଲୋଚନା ସମୟରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ପ୍ରଫେସର (ଡାକ୍ତର) ବସନ୍ତ କୁମାର ପତି ଉପସ୍ଥିତ ଥିଲେ ।

Leave A Reply

Your email address will not be published.

3 × 5 =