ଜନ ଅଭିଯୋଗ ଶୁଣାଣୀରେ ଆସିଥିବା ଅଭିଯୋଗ ସମାଧାନ ସମୀକ୍ଷା

ଭୁବନେଶ୍ବର(ରାଜ୍ୟକାହାଣୀ): ଜନ ଅଭିଯୋଗ ଶୁଣାଣିରେ ଆସିଥିବା ଅଭିଯୋଗ ସମାଧାନର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ । ସିଏମଓ କରିଥିବା ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣିରେ ଲୋକ ଜଣାଇଥିବା ଅଭିଯୋଗ ସମ୍ପର୍କରେ ସବୁ ଜିଲ୍ଲାପାଳଙ୍କ ସହିତ ଆଲୋଚନା କରିଛନ୍ତି ୫ଟି ସଚିବ । ପାନୀୟ ଜଳ ପ୍ରକଳ୍ପ, ମଠ, ମନ୍ଦିର, ମସଜିଦର ଉନ୍ନତିକରଣ , ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ , ଅନୁମୋଦିତ ପ୍ରକଳ୍ପର କାର୍ଯ୍ୟକାରିତା ଆଦି ପ୍ରସଙ୍ଗରେ ଆଲୋଚନା କରାଯାଇଛି । ଗତ ୬ମାସ ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭିକେ ପାଣ୍ଡିଆନ ୩୦ ଜିଲ୍ଲା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ଅନୁଧ୍ୟାନ ସହିତ ଲୋକଙ୍କଠାରୁ ଅଭିଯୋଗ ଶୁଣିଥିଲେ ।

ଏହି ସମୟରେ ମୋଟ ୫୭ ହଜାର ୮୫ଟି ଅଭିଯୋଗ ଆସିଥିବାବେଳେ ସେଥିରୁ ୩୭ହଜାର ୫୧୩ଟି ବା ୬୫ଦଶମିକ ୭୧ ପ୍ରତିଶତ ଅଭିଯୋଗର ସମାଧାନ କରାଯାଇଛି । ସମସ୍ୟାର ସମାଧାନ କ୍ଷେତ୍ରରେ ଲୋକଙ୍କଠୁ ଫିଡବ୍ୟାକ ନେଉଛି ସିଏମଓ । ୨୪ ହଜାର ୭୨୨ ଲୋକଙ୍କୁ ସରକାର ଚିଠି ଲେଖି ଫିଡବ୍ୟାକ ନେଇଥିବାବେଳେ ଓ ୨୨ ହଜାର ୪୦୭ ଜଣଙ୍କଠୁ ଫୋନ ଯୋଗେ ପ୍ରତିକ୍ରିୟା ନିଆଯାଇଛି । ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ସମ୍ପର୍କିତ ଅଭିଯୋଗର ତୁରନ୍ତ ସମାଧାନ ପାଇଁ ୫ଟି ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏହାଛଡ଼ା ଧାର୍ମିକ ପୀଠର ରୂପାନ୍ତରଣ ଓ ୫ଟି ଉପକ୍ରମରେ କଲେଜର ନବକଳେବର ନେଇ ଆଲୋଚନା କରାଯାଇଛି । ଗୁଣାବତ୍ତାକୁ ଆଧାର କରି ଟାର୍ଗେଟ ସମୟ ମଧ୍ୟରେ ସବୁ ପ୍ରକଳ୍ପ କାମ ସାରିବାକୁ ଗୁରୁତ୍ବ ଦିଆଯାଇଛି । ୫ଟି ନୀତିକୁ ଉପଯୋଗ କରି ଜନତାଙ୍କ ମୌଳିକ ସୁବିଧାକୁ ପୂରଣ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.

4 × 1 =