ସୋଆ ଓଏନ୍‌ଆଇଟି–ୱାରଙ୍ଗଲ ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷରିତ

ଭୁବନେଶ୍ୱର(ରାଜ୍ୟକାହାଣୀ) : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ସହିତ ନ୍ୟାସ୍‌ନାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଟେକ୍‌ନୋଲୋଜି, ୱାରଙ୍ଗଲ୍ (ଏନ୍‌ଆଇଟି-ଡବ୍ଲୁ) ମଧ୍ୟରେ ମଙ୍ଗଳବାର ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଇଞ୍ଜିନିୟରିଂ ଏବଂ ପ୍ରଯୁକ୍ତିବିଦ୍ୟା, ବିଜ୍ଞାନ ଏବଂ ଏତଦ୍ ସଂଲଗ୍ନ ବିଭିନ୍ନ କ୍ଷେତ୍ରରେ ସହଯୋଗ ମୂଳକ ଗବେଷଣା ଏବଂ ଉଚ୍ଚ ଯୋଗ୍ୟ ମାନବସମ୍ବଳର ଉପଲବ୍ଧତା ବୃଦ୍ଧି କରିବା ନିମନ୍ତେ ଏହି ବୁଝାମଣା ସ୍ୱାକ୍ଷରିତ ହୋଇଛି । ବୁଝାମଣା ଅନୁଯାୟୀ ଉଭୟ ସଂସ୍ଥା ନିଜ ନିଜର ରିସର୍ଚ୍ଚ ଫେଲୋ, ଫ୍ୟାକଲ୍ଟି ମେମ୍ବର୍ସ, ବୈଜ୍ଞାନିକ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଗବେଷଣା କାର୍ଯ୍ୟକ୍ରମ, ସମ୍ମିଳନୀ ଓ କର୍ମଶାଳାର ଆୟୋଜନ କରିବେ ।


ବୁଝାମଣା ପତ୍ରରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଓ ଏନ୍‌ଆଇଟି-ୱାରଙ୍ଗଲ୍‌ର ନିର୍ଦ୍ଦେଶକ ପ୍ରଫେସର ବିଦ୍ୟାଧର ସୁବୁଦ୍ଧି ସ୍ୱାକ୍ଷର କରିଥିଲେ । ଏହି ଅବସରରେ ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ), ଆଇଟିଇଆର୍ ପ୍ରଫେସର ରେଣୁ ଶର୍ମା ଓ ସୋଆର ଚିଫ୍ ଆଡମିନିଷ୍ଟ୍ରେଟିଭ୍ ଅଫିସର ପ୍ରମୋଦ କୁମାର ପଣ୍ଡା ଉପସ୍ଥିତ ଥିଲେ ।

Leave A Reply

Your email address will not be published.

two + 7 =