ନିଲମ୍ବିତ IIC ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ

ଭୁବନେଶ୍ୱର(ରାଜ୍ୟକାହାଣୀ) ଭରତପୁର ଥାନାରେ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। କିଛି ଦିନ ପୂର୍ବରୁ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ପୁଲିସ ଡିଜି ଡିଜି ୱାଇ.ବି. ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ। ପରେ କ୍ରାଇମବ୍ରାଞ୍ଚ ଭରତପୁର  ଥାନାକୁ ଯାଇ ଖୋଳତାଡ଼ କରିବା ସହ ନିଲମ୍ବିତ IIC ଓ ୪ ପୁଲିସ କର୍ମଚାରୀଙ୍କୁ ଜେରା କରିଥିଲା। ଏବେ ନିଲମ୍ବିତ IIC ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ ହୋଇଛି। ତେବେ ପୂର୍ବ ସୂଚନା ଅନୁସାରେ ପଥରଗାଡିଆ ନିକଟରେ ୧୦ରୁ ୧୨ଜଣ ଦୁର୍ବୃତ୍ତ ଆସି ଦୁର୍ବ୍ୟବହାର କରିଥିଲେ। ଗାଡି ଅଟକାଇବା ସହ ହାତାହାତି ହେବା ସହ ଆକ୍ରମଣ କରିଥିଲେ ଏବଂ ଧମକ ଦେଇଥିଲେ। ଅଭିଯୋଗରେ ଗୋଟିଏ କାରର ରେଜିଷ୍ଟ୍ରେସନ ନମ୍ବର ବି ଉଲ୍ଲେଖ କରିଛନ୍ତି। ଏହାପରେ ଭରତପୁର ଥାନାକୁ ଯାଇ ଅଭିଯୋଗ କରିବାକୁ କହିବା ପରେ ତାଙ୍କ ସହ କଣ ଘଟିଥିଲା ପୁରା ଘଟଣା ବଖାଣିଛନ୍ତି। ଘଟଣା ତଦନ୍ତ କରି ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଲିଖିତ ନିବେଦନ କରିଛନ୍ତି ଗୁରୁବଂଶ। ଅଭିଯୋଗକୁ ଗ୍ରହଣ କରି ମାମଲା ରୁଜୁ କରି କ୍ରାଇମବ୍ରାଞ୍ଚ ତଦନ୍ତ ଜୋରଦାର କରିଛି।

Leave A Reply

Your email address will not be published.

4 × two =