ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ’: ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣା

ଭୁବନେଶ୍ୱର(ରାଜ୍ୟକାହାଣୀ) ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଅସଦାଚରଣ ଘଟଣାରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଛି। ୪ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇ ମାମଲା ରୁଜୁ କରାଯାଇଛି।  କାର୍ଯ୍ୟାନୁଷ୍ଠାନ ନେବାକୁ ପଛଘୁଞ୍ଚା ଦେବେନି ସରକାର । ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଆବଶକ୍ୟ ପଦକ୍ଷେପ ନେଉଛୁ । ଆମ ସରକାର ସଚେତନ ଅଛି ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ।ଏହି ଘଟଣାରେ ଲିଙ୍କ୍‌ ଥିବା ୭ ଜଣ ରୋଡ୍‌ ରୋମିଓଙ୍କୁ ଅଟକ ରଖି ପଚରାଉଚୁରା କରୁଛି ପୋଲିସ। ସେପଟେ ଆରମ୍ଭ ହୋଇଯାଇଛି ରାଜନୈତିକ ବୟାନବାଜି । ଶନିବାର ରାଜଭବନ ସାମ୍ନାରେ ବିକ୍ଷୋଭ କରିବ ବିଜେଡି । ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦେବ ସ୍ମାରକ ପତ୍ର । ଏ ସଂପର୍କରେ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛି ବିଜେଡି ।

Leave A Reply

Your email address will not be published.

four + seventeen =