୨୩ରୁ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ରାଜ୍ୟକାହାଣୀ) ଉତ୍ତର- ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୨,  ୨୩ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି  ହେବା ସମ୍ଭାବନା ଅଛି । ଏହା ପ୍ରଭାବରେ ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ । ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ । ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ସମ୍ଭବତଃ ମିଆଁମାର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ୪୮ ଘଣ୍ଟା ମଧ୍ୟରେ ପାରାଦ୍ବୀପ ପାଖାପାଖି ଓଡ଼ିଶା ଉପକୂଳରେ ପହଞ୍ଚିବ। ପରବର୍ତ୍ତୀ ୧୨ରୁ ୨୪ ଘଣ୍ଟା ମଧ୍ୟରେ ପ୍ରାୟତଃ ସମ୍ବଲପୁର ଦେଇ ଛତିଶଗଡ ଓ ମଧ୍ୟପ୍ରଦେଶ ଆଡକୁ ମୁହାଁଇପାରେ। ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେଲେ ସମୁଦ୍ରରେ ଅଧିକ ୨୪ ଘଣ୍ଟା ରହିବା ସମ୍ଭାବନା ରହିଛି।ପ୍ରାକ୍‌ ଆକଳନ  ଅନୁସାରେ ଯଦି ଅବପାତ ନ ହୁଏ ତେବେ   ବର୍ଷା ପରିମାଣ କମିବ । ଏଭଳି ପୂର୍ବାନୁମାନ  କରିଛନ୍ତି କୃଷି ପାଣିପାଗ ବିଶେଷଜ୍ଞ  ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ । 

Leave A Reply

Your email address will not be published.

13 − 7 =