ସରୋଜିନୀ ସାହୁ ପାଇବେ ୪୫ ତମ ‘ଶାରଳା ପୁରସ୍କାର’

ଭୁବନେଶ୍ୱର(ରାଜ୍ୟକାହାଣୀ) ବିଶିଷ୍ଟ ସାହିତ୍ୟ ଲେଖିକା ସରୋଜିନୀ ସାହୁ ପାଇବେ ମର୍ଯ୍ୟାଦାଜନକ ଶାରଳା ପୁରସ୍କାର। ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ଇମ୍ଫା ଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ବିଶିଷ୍ଟ ବାମାବାଦୀ ଲେଖିକା ସରୋଜିନୀ ସାହୁଙ୍କୁ ପ୍ରଦାନ କରାଯିବ।୦୧୯ ମସିହାରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ସେ ଏହି ପୁରସ୍କାର ଲାଭ କରିବେ। ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ ବର୍ଣ୍ଣାଢ଼୍ୟ ସାରସ୍ୱତ ସମାବେଶରେ ଲେଖକଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ପାଞ୍ଚଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ। ସେହିପରି ବିଖ୍ୟାତ ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁ ଓ ପ୍ରସିଦ୍ଧ କଣ୍ଠ ଶିଳ୍ପୀ ତାନସେନ୍‍ ସିଂଙ୍କୁ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ପ୍ରଦାନ କରାଯିବ।ସରୋଜିନୀ ସାହୁଙ୍କ ‘ଅସ୍ଥିର ପାଦ’ ସହିତ ଚୂଡ଼ାନ୍ତ ପର୍ଯ୍ୟାୟ ବିଚାର ପ୍ରକ୍ରିୟାରେ ସାମିଲ ହୋଇଥିବା ଅନ୍ୟ ପୁସ୍ତକଗୁଡ଼ିକ ଥିଲା ଅପର୍ଣ୍ଣା ମହାନ୍ତିଙ୍କ ‘ଅଗ୍ନି କମଳିନୀ’, ଆଶୁତୋଷ ପରିଡାଙ୍କ ‘ଅପ୍ରସ୍ତୁତ ମୃତ୍ୟୁ’, ଦାଶ ବେନହୁରଙ୍କ ‘ଅବଧାରିତ ଓ ଅନ୍ୟାନ୍ୟ ଗଳ୍ପ’, ବିଜୟ କୁମାର ଶତପଥୀଙ୍କ ‘କଂକଣଦାସୀ କଥା’, ବିୟତପ୍ରଜ୍ଞା ତ୍ରିପାଠୀଙ୍କ ‘ମାୟା’ ଏବଂ ପଦ୍ମଜ ପାଳଙ୍କ ‘ସୀତା ମୁଁ ସୀତା’। ସୂଚନା ଯୋଗ୍ୟ ଯେ ବିଶିଷ୍ଟ ଶିଳ୍ପପତି ବୈଜ୍ଞାନିକ ଡ. ବଂଶୀଧର ପଣ୍ଡା ଓ ତାଙ୍କ ସହଧର୍ମିଣୀ କଳା ବିଦୁଷୀ ଇଲା ପଣ୍ଡାଙ୍କର କଳାତ୍ମକ ଚେତନାର ଫଳଶ୍ରୁତି ହେଉଛି ଶାରଳା ପୁରସ୍କାର ଉତ୍ସବ। ୧୯୮୦ ମସିହାରୁ ପ୍ରଦାନ କରାଯାଇଥିବା ‘ଶାରଳା ପୁରସ୍କାର’ ୪୫ ବର୍ଷ ଧରି ଏହାର ଅଭିଯାତ୍ରା ଜାରି ରଖିଛି। ପରବର୍ତ୍ତୀ ସମୟରେ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ଏହି ଗୌରବମୟ ପରମ୍ପରାରେ ସାମିଲ ହୋଇଛି।

Leave A Reply

Your email address will not be published.

13 − three =