ପ୍ରେମ ବିଚ୍ଛେଦ ଯୋଗୁଁ ଆପାର୍ଟମେଣ୍ଟରୁ ଡେଇଁ ଆତ୍ମହତ୍ୟା କଲେ ଯୁବକ

ଭୁବନେଶ୍ୱର(ରାଜ୍ୟକାହାଣୀ)ଜଣେ ଯୁବ ଇଞ୍ଜିନିୟର ୮ ମହଲାରୁ ତଳକୁ ଡେଇଁ ଜୀବନ ହାରିଛନ୍ତି । ତାଙ୍କ ନାମ ରୋନିତ ଜେନା(୨୩) । ସେ ଖାରବେଳନଗର ଥାନା ଅଞ୍ଚଳରେ ଏକ ଆପାର୍ଟମେଣ୍ଟ୍‌ରେ ସପରିବାର ରହୁଥିଲେ । ପୁଅର ମୃତ୍ୟୁ ପାଇଁ ପ୍ରେମିକାକୁ ଦାୟୀ କରି ପରିବାର ଲୋକେ ଖାରବେଳନଗର ଥାନାରେ ଅଭିଯୋଗ କରିଛନ୍ତି। ଖରାବେଳନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆତ୍ମହତ୍ୟା ପୂର୍ବର ଘଟଣା ସିସିଟିଭିରେ କଏଦ ହୋଇଛି ।ଛାତ ଉପରକୁ ସିଡିରେ ଯାଉଥିବା ଦୃଶ୍ୟ ସିସିଟିଭିରେ କଏଦ ହୋଇଛି ।  ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ, ବ୍ରହ୍ମପୁରର ଜଣେ ଯୁବତୀଙ୍କୁ ଭଲ ପାଉଥିଲେ ରୋନିତ। ଯୁବତୀଙ୍କ ସମସ୍ତ ଖର୍ଚ୍ଚ ମଧ୍ୟ ବହନ କରୁଥିଲେ । କୌଣସି କଥାକୁ କେନ୍ଦ୍ର କରି ପ୍ରେମରେ ପୂର୍ଣ୍ଣଛେଦ ପଡିଥିଲା। ଯାହାକୁ ନେଇ ରୋନିତ ହତାଶ ହୋଇପଡିଥିଲେ।  ପାର୍ବଣରେ ରୋନିତ ଘରକୁ ଆସିଥିଲେ । ୧୨ ତାରିଖରେ ରୋନିତ ମା’ଙ୍କୁ ସାଙ୍ଗରେ ନେଇ ବିଭିନ୍ନ ପୂଜା ମଣ୍ଡପ ବୁଲାଇଥିଲେ । ପରେ ରାତିରେ ସମସ୍ତେ ମିଶି ଏକାଠି ଖାଇଥିଲେ । ବିଳମ୍ବିତ ରାତିରେ ରୋନିତ ମୋବାଇଲରେ ପ୍ରେମିକାଙ୍କ ସହ ଉଚ୍ଚବାଚ୍ଚରେ କଥା ହୋଇଥିଲେ । ଭୋର ୪ଟା ୨୨ରେ ସେ ଆପାର୍ଟମେଣ୍ଟ୍‌ର ୮ ମହଲାରୁ ତଳକୁ ଡ଼େଇଁ ପଡ଼ିଥିଲେ । ତଳେ ରୋନିତଙ୍କ ମୃତଦେହ ପଡ଼ିଥିବା ଦେଖି ପାଖ ପଡ଼ୋଶୀମାନେ ପରିବାର ଲୋକଙ୍କୁ ଜଣାଇଥିଲେ ।

ମୃତ୍ୟୁ ପୂର୍ବରୁ ରୋନିତଙ୍କ ଶେଷ ଚିଠି ମଧ୍ୟ ମିଳିଛି । ଚିଠିରେ ବାପା ମାଆଙ୍କୁ କ୍ଷମା ମାଗିଛନ୍ତି ରୋନିତ୍ ।  ସେପଟେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି ।

Leave A Reply

Your email address will not be published.

two × five =