ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି ।ସନ୍ଧ୍ୟା ୫ରୁ ରାତି ୯ ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ

ଭୁବନେଶ୍ୱର(ରାଜ୍ୟକାହାଣୀ)ଆଜି ଆଶ୍ୱିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥି । ଏହି ଅବସରରେ ଶ୍ରୀଜିଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ଶ୍ରୀମନ୍ଦିରରେ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।ପରମ୍ପରା ଅନୁଯାୟୀ ବୁଧବାର କିମ୍ବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ନୀତି ହୋଇଥାଏ ।  ଏହା ଏକ ଗୁପ୍ତ ନୀତି ଅଟେ ।  ଦ୍ୱିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ କବାଟ ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ ।  ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବାକୁ ପ୍ରାୟ ଚାରି ଘଣ୍ଟା ସମୟ ଲାଗିଥାଏ । ଏହି ସମୟରେ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ ।  ତିନି ଦାରୁମୂର୍ତ୍ତିଙ୍କ ମୁଖ ମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।

Leave A Reply

Your email address will not be published.

four × four =