ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ବିଜେଡି ସଭାପତି ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ଆଜି ଜନ୍ମଦିବସ। ୭୯ବର୍ଷରେ ପାଦ ଦେଇଛନ୍ତି ନବୀନ। ୧୯୪୬ ମସିହା ଅକ୍ଟୋବର ୧୬ରେ ଜନ୍ମଗ୍ରହଣ କରିଥିଲେ ନବୀନ। ଆଜି ତାଙ୍କ ଜନ୍ମଦିନକୁ ସଂକଳ୍ପ ଦିବସ ଭାବେ ପାଳନ କରୁଛି ବିଜେଡି। ଏଥିପାଇଁ ସାରା ରାଜ୍ୟରେ ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟ ଶେୟାର କରି ସେ କହିଛନ୍ତି,ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁଙ୍କ ନିକଟରେ ଉତ୍ତମ ସ୍ବାସ୍ଥ୍ୟ ଓ ନିରାମୟ ଜୀବନ କାମନା କରୁଛି। ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌ର ଜବାବ ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି, ଆପଣଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ।

Leave A Reply

Your email address will not be published.

4 × five =