ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ କେନ୍ଦ୍ର ସରକାର

ପାର୍ବଣ ଋତୁରେ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର ଦେଇଛନ୍ତି  । ସୂତ୍ର ସୂଚନା ମୁତାବକ ଚଳିତ ବର୍ଷ କେନ୍ଦ୍ରୀୟ କର୍ମଚାରୀଙ୍କର ମହଙ୍ଗା ଭତ୍ତା କେନ୍ଦ୍ର ସରକାର ୩ ପ୍ରତିଶତ ବୃଦ୍ଧି କରିଛନ୍ତି  । ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି କରାଯାଇଛି । ଏହିପରି ଭାବରେ ଭାରତ ସରକାର ପ୍ରାୟ ୪୯ ଲକ୍ଷ କର୍ମଚାରୀ ଏବଂ ୬୦ ଲକ୍ଷ ପେନଶନଭୋଗୀଙ୍କ ମହଙ୍ଗା ଭତ୍ତା ଅର୍ଥାତ୍‌ ଡିଏ ଏବଂ ଡିଆରକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି।ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି ଏବଂ ଆଜିର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ଉପରେ ମୋହର ଲଗାଯାଇଛି।

Leave A Reply

Your email address will not be published.

13 − eleven =