୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ! 

ଭୁବନେଶ୍ୱର(ରାଜ୍ୟକାହାଣୀ) ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଓଡ଼ିଶା ଉପରେ ଏହାର ପ୍ରଭାବ ନଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିଛି। ତେବେ ଆସନ୍ତା ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଲଘୁଚାପଟି ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । ଘନୀଭୂତ ହୋଇ କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ଏକ୍ସ ଜରିଆରେ ଏନେଇ ଆଜି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।ଏହା ସହିତ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଆଗାମୀ ପାଞ୍ଚ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ନାହିଁ।
କାଁ ଭାଁ କିଛି ଜାଗାରେ ବିଜୁଳି ସହିତ ଘଡଘଡି ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦେଶକ ମନୋରମା ମହାନ୍ତି ସୂଚନା ପ୍ରଦାନ କରିଛନ୍ତି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.

1 + four =