ଆଜିଠାରୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ ।

ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। ଶ୍ରୀକ୍ଷେତ୍ରରେ ଥିବା ହବିଷ୍ୟାଳି ମାନେ ସଂକଳ୍ପ କରି ଆଜିଠାରୁ ଚଉଁରା ମୂଳେ ରାଧାଦାମୋଦର ପୂଜା ସହ ହବିଷ୍ୟ‌ ବ୍ରତ ପାଳନ‌ କରିବା ଆରମ୍ଭ କରିଛନ୍ତି। ତେବେ ଆଜି ସନ୍ଧ୍ୟାରେ ନରେନ୍ଦ୍ର କୋଣ ସ୍ଥିତ ବୃନ୍ଦାବତୀ ନିବାସ ଠାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ହବିଷ୍ୟାଳୀ ବ୍ରତ ୨୦୨୪ର ଶୁଭାରମ୍ଭ କରିବେ।ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ ସହ ହବିଷ୍ୟାଳି ମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ରାଧା ଦାମୋଦର ବେଶରେ ର୍ଦଶନ କରିବା ସହ ମହାପ୍ରସାଦ ସବେନ କରି କାର୍ତ୍ତିକ ପୂର୍ଣ୍ଣିମା ର୍ପଯ୍ୟନ୍ତ ଏହି ବ୍ରତ ପାଳନ କରିବେ। ସରକାରଙ୍କ ତରଫରୁ ପୁରୀରେ ୪ଟି ହବିଷ୍ୟାଳି ଶିବିରରେ ମଧ୍ୟ ମା ମାନଙ୍କ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି।ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ଆଜିଠୁ କେବଳ ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ଶ୍ରଦ୍ଧାଳୁଙ୍କୁ ପ୍ରବେଶ ଅନୁମତି ରହିବ ।

ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାରରେ ଶ୍ରଦ୍ଧାଳୁ ପ୍ରସ୍ଥାନ କରିପାରିବେ। ତେବେ ଶ୍ରୀମନ୍ଦିର ପ୍ରଶାସନର ଏ କଟକଣା ଶ୍ରୀମନ୍ଦିର ସେବକ ଏବଂ ସେବକ ପରିବାର ପାଇଁ ପ୍ରଯୁଜ୍ୟ ନୁହେଁ ବୋଲି କୁହାଯାଇଛି।

Leave A Reply

Your email address will not be published.

4 + 13 =