ଭୀଷଣ ବାତ୍ୟା’ର ରୂପ ନେବ ‘ଦାନା’, ଏହି ୨ ଜିଲାରେ ଆସିବ ଜୁଆର

ଭୁବନେଶ୍ୱର(ରାଜ୍ୟକାହାଣୀ) ବାତ୍ୟା ‘ଦାନା’କୁ ନେଇ ଆଶା ଆଶଙ୍କାରେ ଏବେ ଉପକୂଳ ବାସିନ୍ଦା। ବାତ୍ୟାର ପ୍ରଭାବ କେତେ ରହିବ ସେ ନେଇ ଉପକୂଳ ବାସିନ୍ଦାଙ୍କ ମନରେ ବିଭିନ୍ନ ପ୍ରଶ୍ନ ଉଙ୍କି ମାରିଥିବା ବେଳେ ଏହାକୁ ନେଇ ଲୋକଙ୍କ ମନରେ ଛନକା ଦେଖାଦେଇଛି। ତେବେ ପୁରୀ ଜିଲ୍ଲାରେ ବାତ୍ୟାକୁ ନେଇ ଲୋକଙ୍କ ମଧ୍ୟରେ ନାନା ଆଶା ଆଶଙ୍କା ସୃଷ୍ଟି ହୋଇଥିବା ବେଳେ ଏହାକୁ ମୁକାବିଲା କରିବା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଛି। ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଦାନା’ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ପୁରୀ-ସାଗରଦୀପ ମଝିରେ  ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ। ଅତି ଭୀଷଣ ରୂପ ନେଇ ବାତ୍ୟା ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ। କିନ୍ତୁ ଅତିବେଶିରେ ପବନର ବେଗ ୧୨୦ କିଲୋମିଟର ପର୍ଯ୍ୟନ୍ତ ଛୁଇାପାରେ। ବାତ୍ୟା ପ୍ରଭାବରେ ରାଜ୍ୟରେ ଅକ୍ଟୋବର ୨୪ରୁ ୨୬ ଯାଏଁ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। । ବାତ୍ୟା ହେଲେ ଜୁଆର ଆସିବା ସ୍ବାଭାବିକ କଥା। ଭଦ୍ରକ ଏବଂ ବାଲେଶ୍ୱର ଜିଲାରେ ଜୁଆର ଆସିବା ସମ୍ଭାବନା ରହିଥିବା ନେଇ ଡିଜି କହିଛନ୍ତି।ତେବେ ବାତ୍ୟା ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଅଧିକ ପ୍ରଭାବିତ ହୋଇପାରେ ବୋଲି ଆକଳନ କରାଯାଉଛି।

Leave A Reply

Your email address will not be published.

three × 2 =