ସବୁ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି କରିଛି ପାଣିପାଗ ବିଭାଗ । 

ଭୁବନେଶ୍ୱର(ରାଜ୍ୟକାହାଣୀ) କାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଦାନା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା , ଉତ୍ତର ପଶ୍ଚିମ ଦିଗରେ ଗତିକରି ଭୀଷଣ ବାତ୍ୟାରେ ପରିଣତ ହେବ । ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତର ରୂପ ନେବ । ଡିପ୍ରେସନ ଏବେ ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୭୯ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଓ ବାଂଲାଦେଶ ଖେପୁପରା ଉପକୂଳରୁ ୭୪୦ କିଲୋମିଟର ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ତାହା ବାତ୍ୟାର ରୂପ ନେବ। ଲ୍ୟାଣ୍ଡଫଲ କରିବା ସମୟରେ ଘଣ୍ଟାପ୍ରତି ୧୦୦ ରୁ ୧୧୦ କିମି ବେଗରେ ପବନ ବହିବ । ପୁରୀ, ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରକୁ ବିପଦ ସଙ୍କେତ ଜାରି । ସବୁ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.

three × 1 =