ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର(ରାଜ୍ୟକାହାଣୀ) ମୁଖ୍ୟଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।ଭୁବନେଶ୍ବର, ପୁରୀ, କଟକ, ଯାଜପୁର, କେନ୍ଦୁଝରରେ ଏକକାଳୀନ ରେଡ୍ ଜାରି ରହିଛି।କୈଳାସ ଚନ୍ଦ୍ର ସାହୁ କେନ୍ଦୁଝର ଓ ଭଦ୍ରକ ଜିଲ୍ଲା ଦାୟୀତ୍ଵରେ ଅନେକ ଦିନ ଧରି ରହି ଆସୁଥିବା ବେଳେ ତାଙ୍କ ନାମରେ ବିଭିନ୍ନ ସମୟରେ ଦୁର୍ନତୀର ଅନେକ ଅଭିଯୋଗ ହୋଇ ଆସୁଥିଲା । ଶେଷ ରେ ଆଜି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ତାଙ୍କର ଓଡ଼ିଶାର ୧୦ଟି ସ୍ଥାନରେ ଚଢାଉ ଚାଲିଛି । ବର୍ତ୍ତମାନ ଯାଏ ୩୬ଟି ଜାଗା , ୩ଟି ପ୍ଲାଟ ଓ ଯାଜପୁର ର କୋରେଇଠାରେ ଏକ ୩ ମହଲା କୋଠା ଓ ଏକ ଡଷ୍ଟର ଗାଡ଼ି ଠାବ ହୋଇଛି । ଏଥି ସହ କେନ୍ଦୁଝର ଅଫିସ , ସରକାରୀ ବାସଭବନ , ଯାଜପୁର ର କୋରେଇ ଓ ବ୍ୟାସନଗର , ଭୂବନେଶ୍ଵର , କଟକ ଓ ପୁରି ର ୧୦ଟି ଜାଗାରେ ଏକ କାଳିନ ଚଢାଉ ଚାଲିଛି ।ତେବେ ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

Leave A Reply

Your email address will not be published.

eight − 1 =