ସାହସୀ ଆଶା ଦିଦି ଶିବାନୀ ମଣ୍ଡଳଙ୍କୁ ମିଳିଲା ପିଏମ୍‌ ଆବାସ ଘର

ଭୁବନେଶ୍ୱର(ରାଜ୍ୟକାହାଣୀ) ସାହସୀ ଆଶା ଦିଦି ଶିବାନୀ ମଣ୍ଡଳଙ୍କୁ ମିଳିଲା ପିଏମ୍‌ ଆବାସ ଘର । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଶିବାନୀଙ୍କ ଘର କାର୍ଯ୍ୟାଦେଶ ଦେଇଛି ଜିଲ୍ଲା ପ୍ରଶାସନ |ବାତ୍ୟା ‘ଦାନା’ ଆସିବା ପୂର୍ବରୁ ବୃଦ୍ଧ, ବୃଦ୍ଧା ଓ ଗର୍ଭବତୀ ମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ ଓ ରିଲିଫ କ୍ୟାମ୍ପରେ ପହଞ୍ଚାଇବାରେ ଶିବାନୀଙ୍କର ଥିଲା ବଡ଼ ଭୂମିକା । ତଳିଆ ଅଞ୍ଚଳରେ ରହୁଥିବା ବୃଦ୍ଧା ଓ ଗର୍ଭବତୀଙ୍କୁ ନିଜ କାନ୍ଧରେ ବୋହି ଆଶ୍ରୟସ୍ଥଳୀରେ ପହଞ୍ଚାଇଥିଲେ ଶିବାନୀ । ଅସହାୟଙ୍କ ପାଇଁ ପାଲଟିଥିଲେ ଦେବଦୂତ । ତାଙ୍କର ଏଭଳି କାର୍ଯ୍ୟ ପାଇଁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଥିବା ବେଳେ ତୁରନ୍ତ ଆବାସ ଘର ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଯାହାପରେ ଆଜି ବିଡିଓ ନିଜେ ଶିବାନୀଙ୍କ ଘରେ ପହଞ୍ଚି ତାଙ୍କୁ ଆବାସ ଯୋଜନାର ୱାର୍କଅର୍ଡର ଯୋଗାଇ ଦେଇଛନ୍ତି । ଗତ କାଲି ମୁଖ୍ୟମନ୍ତ୍ରୀ ଆଶା ଦିଦିଙ୍କ ସହ ଫୋନ୍‌ରେ କଥା ହେବା ପରେ ଜାଣିବାକୁ ପାଇଲେ ଯେ ସେ ଦିନ ସେ ସମୁଦାୟ ୭ ଜଣ ବୟସ୍କ ଏବଂ ୨ ଜଣ ପ୍ରସୂତୀଙ୍କୁ ପିଠିରେ ବୋହି ଆଶ୍ରୟସ୍ଥଳୀକୁ ନେଇଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କର ଏହି  ଉତ୍ସର୍ଗୀକୃତ ସେବାର ଉଚ୍ଚ ପ୍ରଶଂସା କରିବା ସହିତ କହିଥିଲେ ଯେ ସରକାର ଏବଂ ମୁଁ ବ୍ୟକ୍ତିଗତ ଭାବେ ତୁମ କାମ ଉପରେ ବହୁତ ଖୁସି । ମହାପ୍ରଭୁ ଶ୍ରୀ ଜଗନ୍ନାଥ ତୁମକୁ ସବୁବେଳେ ଭଲରେ ରଖନ୍ତୁ । ବିପଦ ବେଳେ ତୁମେ ସମସ୍ତଙ୍କୁ ଏହିଭଳି ସାହାଯ୍ୟ କରୁଥାଅ। ମୁଖ୍ୟମନ୍ତ୍ରୀ ତାଙ୍କ ପରିବାରର ଭଲମନ୍ଦ ବିଷୟରେ ବୁଝିଥିଲେ

Leave A Reply

Your email address will not be published.

5 × 3 =