ଭୁବନେଶ୍ୱର(ରାଜ୍ୟକାହାଣୀ)ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସୋମବାର ସ୍ଥଗିତ ରଖାଯାଇଛି। ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିବାକୁ ଅନଲାଇନରେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀ ଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ସେମାନଙ୍କ ପାଇଁ ପରବର୍ତ୍ତୀ ଅଭିଯୋଗ ଶୁଣାଣି ର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।