ଭୁବନେଶ୍ୱର(ରାଜ୍ୟକାହାଣୀ)ପୁରୀ ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବଦାହ। ଏନେଇ ଯୋଜନା ପ୍ରସ୍ତୁତ ଚାଲିଥିବା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ଏନେଇ ଯୋଜନା ପ୍ରସ୍ତୁତି କରୁଛି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ । ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି । ହିନ୍ଦୁ ଶାସ୍ତ୍ର ଅନୁଯାଇ ଗୋବରକୁ ଶବ ଦାହରେ ବ୍ୟବହାର କରାଯିବ । ତେବେ ସ୍ୱର୍ଗ ଦ୍ୱାର କମିଟି ସହ ଏନେଇ ଆଲୋଚନା କରାଯିବ । ଭିନ୍ନ ସାମାଜିକ ଅନୁଷ୍ଠାନ, ଗୋଶାଳା କରିଥିବା ବ୍ୟକ୍ତି ସହ ଆଲୋଚନା କରାଯିବ । ଖୁବ ଶୀଘ୍ର ବିଚାର ବିମର୍ଶ କରି ପଦକ୍ଷେପ ନେବେ ସରକାର । ଗୋମାତା ସୁରକ୍ଷା, ଗୋଶାଳା ବୃଦ୍ଧିକୁ ବି ସରକାର ଗୁରୁତ୍ଵ ଦେଉଛନ୍ତି । ଗୋ ସୁରକ୍ଷା ଓ ଗୋ ମୁତ୍ର ଓ ଗୋବରର ସଦୁପଯୋଗ କ୍ଷେତ୍ରରେ ବିଚାର ବିମର୍ଶ ପାଇଁ ଗଠିତ ହେବ କମିଟି । ତେବେ ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯିବ । ୫ ଜଣ ମନ୍ତ୍ରୀ ଓ ୫ ଜଣ ସଚିବ କମିଟିର ସଦସ୍ୟ ରହିବେ | ଗୋମାତା ସୁରକ୍ଷା,ଗୋଶାଳା ବୃଦ୍ଧି, ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ସରକାର କାମଧେନୁ ଯୋଜନା ଆରମ୍ଭ କରିଛନ୍ତି।