ମାଡ ମାରିବା ଘଟଣାରେ ଆଉଜଣେ ସେବାୟତ ନିଲମ୍ବିତ

ଭୁବନେଶ୍ୱର(ରାଜ୍ୟକାହାଣୀ) ବରିଷ୍ଠ ସେବାୟତ ତଥା ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ ସଂପୃକ୍ତ ଆଉ ଜଣେ ସେବାୟତଙ୍କୁ ନିଲମ୍ବନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ତାଙ୍କ ନାଁ ଅମ୍ରିତାଂଶୁ ସାମନ୍ତରା।ଶ୍ରୀମନ୍ଦିର ଆନନ୍ଦ ବଜାରରେ ବେଆଇନ୍ ଭାବେ ରାବିଡି ବିକ୍ରି ପ୍ରସଙ୍ଗକୁ ନେଇ ବକ୍ସିଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା । ଆକ୍ରମଣରେ ଅମ୍ରିତ୍ରାଂଶୁ ସାମନ୍ତରାୟ ସମ୍ପୃକ୍ତ ଥିବା ନେଇ ପୁରୀ ପୋଲିସ ସୂଚନା ଦେବା ପରେ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯାଇଛି । ସେବାୟତଙ୍କୁ ଶ୍ରୀମନ୍ଦିର ପ୍ରବେଶକୁ ମଧ୍ୟ ବାରଣ କରାଯାଇଛି । ଏହି ଘଟଣା ଗତମାସରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବନ କରିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ତାଙ୍କ ପ୍ରବେଶ ଉପରେ ବି ନିଷିଦ୍ଧାଦେଶ ଜାରି କରାଯାଇଛି।

Leave A Reply

Your email address will not be published.

twelve + 5 =