୩୩୫୩ କୋଟି ଟଙ୍କାର ୧୫ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ

ଭୁବନେଶ୍ୱର(ରାଜ୍ୟକାହାଣୀ)ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନଠାରେ ରାଜ୍ୟରେ ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷାରେ ଶକ୍ତି ବିଭାଗ ଉପରେ ନ୍ୟସ୍ତ ଥିବା ଶକ୍ତି ଉତ୍ପାଦନ, ବିଦ୍ୟୁତ ସରବରାହ ଓ ବଣ୍ଟନ ବ୍ୟବସ୍ଥା ଉପରେ ବିଷଦ ଆଲୋଚନା ହୋଇଥିଲା।  ୩୩୫୩.୧୫କୋଟି ଟଙ୍କାର ୧୫ଟି ପୁଞ୍ଜିନିବେଶ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ଦେଇଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ୪୬୩୭ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ଆକଳନ କରାଯାଇଛି। ଏହି ନିବେଶ ପ୍ରକଳ୍ପକୁ ଅନୁମୋଦନ କରି ରାଜ୍ୟରେ ଶିଳ୍ପ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ସହ ନିଯୁକ୍ତି ବୃଦ୍ଧି ଦିଗରେ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ତେବେ  ୨୦୨୯-୩୦ ବେଳକୁ ରାଜ୍ୟରେ ପିକ୍ ଡିମାଣ୍ଡ ପ୍ରାୟ ୧୦ ହଜାର ମେଗା ୱାଟ୍‌  ରହିବ। ଏହି ଚାହିଦା ପୂରଣ କରିବା ପାଇଁ ଏକ ରୋଡ୍ ମ୍ୟାପ ପ୍ରସ୍ତୁତ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥିପାଇଁ ନୂଆ ପ୍ରାଇମେରୀ ସବ୍‌ ଷ୍ଟେସନ, ନୂଆ ୩୩ କେଭି ଏବଂ ୧୧ କେଭି ଲାଇନ୍‌ ଆଦି ଭିତ୍ତିଭୂମିର ବିକାଶ ଆବଶ୍ୟକ। ଏଥି ସହିତ ବର୍ତ୍ତମାନ କାର୍ଯ୍ୟକ୍ଷମ ଥିବା ୩୩/୧୧ କେଭି ଫିଡର ଗୁଡିକୁ ସୁଦୃଢ କରିବା ଏବଂ ଉଚ୍ଚ କ୍ଷମତା ସମ୍ପନ୍ନ ଟ୍ରାନ୍ସଫର୍ମର ବସାଇବା ଉପରେ ବୈଠକରେ ଆଲୋଚନା ହୋଇଥିଲା।

Leave A Reply

Your email address will not be published.

15 + 10 =