ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟରେ ଅଗ୍ନିଶମ ବାହିନୀକୁ ଆହୁରି ସଶକ୍ତ କରିବାକୁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ସହ ୩ଟି ରାଜ୍ୟ ପାଇଁ ମୋଟ ୭୨୫.୬୨ କୋଟି ମଞ୍ଜୁରୀ କରିଛନ୍ତି।ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିକୁ ପୁରା କରିବାକୁ ଦେଶରେ ବିପର୍ଯ୍ୟୟ ପରିଚାଳନା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ବିଭିନ୍ନ ରାଜ୍ୟରେ ଅଗ୍ନିଶମ ସେବାର ସଂପ୍ରସାରଣ ଓ ଆଧୁନିକୀକରଣ ଏନଡିଆରଏଫ ଅଧିନରେ କରାଯିବ । ଏଥିପାଇଁ କେନ୍ଦ୍ର ସରକାର ୫ହଜାର କୋଟି ଟଙ୍କା ଆବଣ୍ଟନ କରାଯାଇଛି ।