ମାର୍ଚ୍ଚ ୩୧ ସୁଦ୍ଧା ସବୁ ଥାନାରେ CCTV ଲଗାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ରାଜ୍ୟକାହାଣୀ) ଭରତପୁର ଥାନାରେ କ୍ୟାପଟେନ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲାରେ ହାଇକୋର୍ଟରେ ଶୁଣାଣି ।  ଏଥିପାଇଁ ରାଜ୍ୟ ସରକାର ଜାରି କଲେ ସ୍ବତନ୍ତ୍ର ଏସଓପି ।  ଏ ନେଇ କୋର୍ଟଙ୍କୁ ଆଡଭୋକେଟ୍ ଜେନେରାଲ ଜଣାଇଛନ୍ତି । SOPର ନକଲ ଆମିକସ୍ କ୍ୟୁରୀଙ୍କୁ ଦେବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ରାଜ୍ୟରେ ସବୁ ଥାନାରେ CCTV ଲାଗିବା ସମ୍ପୂର୍ଣ୍ଣ କରାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଭରତପୁର ଥାନା ଘଟଣାରେ ହୋଇଥିବା ସମସ୍ତ ମାମଲାର ତଦନ୍ତ ଜାରି ରହିଥିବା ନେଇ ହାଇକୋର୍ଟଙ୍କୁ ଜଣାଇଲେ ଏଜି ।

 ଆସନ୍ତା ମଙ୍ଗଳବାର ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ ହୋଇଛି ।ଅନ୍ୟପଟେ ଥାନାରେ ସିସିଟିଭି ନେଇ ଏଡିଜିଙ୍କ ତରଫରୁ କୋର୍ଟରେ ତଥ୍ୟ ଉପସ୍ଥାପନ କରାଯାଇଛି  ।  ବର୍ତ୍ତମାନ ସୁଦ୍ଧା ୯୬ ପ୍ରତିଶତ ଥାନାରେ ସିସିଟିଭି ଲାଗିଥିବା ଜାଣିବାକୁ ମିଳିଛି  ।  ତେବେ ବାତ୍ୟା ଦାନା ପ୍ରଭାବିତ ହୋଇଥିବା ବିଲ୍ଡିଂ କିମ୍ବା କିଛି ନୂଆ ବିଲ୍ଡିଂରେ ସିସିଟିଭି ବ୍ୟବସ୍ଥା ଆରମ୍ଭ କରାଯାଇ ନାହିଁ ବୋଲି ମଧ୍ୟ କୁହାଯାଇଛି  ।  ତେଣୁ ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ସମସ୍ତ ଫାଣ୍ଡିରେ ସିସିଟିଭି ବ୍ୟବସ୍ଥା ହୋଇଯିବ ବୋଲି କହିଛନ୍ତି ଏଡିଜି ।  ୨୦୨୫ ମାର୍ଚ୍ଚ ମାସ ଭିତରେ ସମସ୍ତ ଫାଣ୍ଡି ସିସିଟିଭି ତଳେ ଚାଲିବ ବୋଲି ସେ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.

20 − three =