ଶୁକ୍ରବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ

ଭୁବନେଶ୍ୱର(ରାଜ୍ୟକାହାଣୀ) ଆଜି ପବିତ୍ର କାର୍ତ୍ତିକମାସ ପଞ୍ଚକ ବ୍ରତର ତୃତୀୟ ଦିନ । ଲୋକାରଣ୍ୟ ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିରରେ ଆଡ଼କିଆ ବା ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଶ୍ରୀଜୀଉଙ୍କ ଅବକାଶ ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ଏହି ବେଶରେ ବିଭୂଷିତ କରାଯାଇଛି । ଆଡ଼କିଆ ବେଶରେ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଇଥାଏ । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଛି । ତେବେ ଶୁକ୍ରବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏଥିପାଇଁ ପୁରୀ ପୋଲିସ ପକ୍ଷରୁ ଜୋରଦାର ପ୍ରସ୍ତୁତି ଜାରି ରହିଛି । କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ । ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ମୁତୟନ ହେବେ ୬ ଅତିରିକ୍ତ ଏସ୍‌ପି, ୧୪ ଡିଏସ୍‌ପି, ୩୭ ଇନ୍ସପେକ୍ଟର, ୫ ଶହ ହୋମଗାର୍ଡ, ୩୬ ପ୍ଲାଟୁନ ପୋଲିସ ଫୋର୍ସ । ଭିଡ ନିୟନ୍ତ୍ରଣ, ଟ୍ରାଫିକ ନିୟନ୍ତ୍ରଣ ଉପରେ ବିଶେଷ ଫୋକସ୍ ରହିବ । ସମୁଦ୍ର କୂଳରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । 

Leave A Reply

Your email address will not be published.

7 − 7 =