ଭୁବନେଶ୍ୱର(ରାଜ୍ୟକାହାଣୀ) ଜନତା ମଇଦାନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ପେସା ଆଇନ ଲାଗୁ ହେବା ପୂର୍ବରୁ ଲୋକଙ୍କ ମତ ନେବା ସହ ସଚେତନତା ସଭା କରିବେ ରାଜ୍ୟ ସରକାର । ୨୬ ତାରିଖ ପର୍ଯ୍ୟନ୍ତ ପ୍ରତି ଗାଁରେ ଜନସଭା ହେବ। ପେସା ଆଇନ କିପରି କାର୍ଯ୍ୟକାରୀ ହେବ ସେ ନେଇ ବିସ୍ତୁତ ଆଲୋଚନା କରାଯିବ। ଅନ୍ୟପକ୍ଷେ ଜଙ୍ଗଲ ଅଧିକାର ସ୍ୱୀକୃତ ଆଇନ ପୋର୍ଟାଲର ଶୁଭରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜଣେ ହିତାଧିକାରୀ ଏହି ପୋର୍ଟାଲରେ ଜମି ପଟ୍ଟା ପାଇଁ ଆବେଦନ କରିପାରିବ । ଏହାସହ ଜଙ୍ଗଲ ଆଇନ କାର୍ଯ୍ୟକାରିତାର ସ୍ଥିତି ମଧ୍ୟ ଜାଣିପାରିବେ ସରକାର । ପ୍ରଥମ ଥର ପାଇଁ ଅନଲାଇନ ଜରିଆରେ ଆବେଦନ କଲେ ଆଦିବାସୀ ହିତାଧିକାରୀଙ୍କୁ ମିଳିବ ଜମି ପଟ୍ଟା । ସେହିପରି ଜନଜାତୀୟ ଗୌରବ ଦିବସ ଅବସରରେ ଏକାଧିକ ପ୍ରକଳ୍ପର ଶୁଭରମ୍ଭ ଓ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ଗୋଠପାଟଣା ଠାରେ ଜନଜାତି ଐତିହ ଓ ସ୍ୱାଭିମାନ ଭବନର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଓଡିଶା ରାଜ୍ୟ ଜନଜାତି ସଂଗ୍ରହାଳୟ ସହ ରାଜ୍ୟରେ ୪୨୬ଟି ଆବାସିକ ବିଦ୍ୟାଳୟର ମଧ୍ୟ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ।