ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଆଜି ବାତ୍ୟାରେ ହେବ ପରିଣତ !

ଭୁବନେଶ୍ୱର(ରାଜ୍ୟକାହାଣୀ) ଆଜି ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଏହି ଅବପାତ ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ। ପରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ତାମିଲନାଡୁ କିମ୍ବା ଶ୍ରୀଲଙ୍କା ଉପୂକଳ ମୁହାଁଇବ। ବାତ୍ୟା ହେଲେ ଏହାର ନାଁ ରହିବ ପେଙ୍ଗାଲ । ଏପଟେ ବାତ୍ୟା ଆଶଙ୍କା ନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍ । ତାଙ୍କ ଆକଳନ ଅନୁସାରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସଦୃଶ ଲଘୁଚାପ ଦିନେ ଦୁଇ ଦିନ ମଧ୍ୟରେ ଅବପାତରେ ପରିଣତ ହେବ। ଆସନ୍ତା ସପ୍ତାହ ଶେଷ ବେଳକୁ ଏହା ବାତ୍ୟାରେ ପରିଣତ ହେବ । ଦକ୍ଷିଣ ଭାରତରେ ଏହା ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି।

Leave A Reply

Your email address will not be published.

2 × 2 =