ଭୁବନେଶ୍ୱର(ରାଜ୍ୟକାହାଣୀ)ଡିସେମ୍ବରରେ ମିଳିବ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ବର୍ତ୍ତମାନ ସୁଦ୍ଧା ତିନିଟି ପର୍ଯ୍ୟାୟରେ ୮୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦିଆଗଲାଣି। ୮୦ ଲକ୍ଷ ମହିଳା ୪ ହଜାର କୋଟି ଟଙ୍କାର ସହାୟତା ପାଇଛନ୍ତି । ତେବେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ,ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ ଓ ତୃତୀୟ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ୫ ହଜାର ଟଙ୍କା ଲେଖାଏଁ ପଠାଯାଇଛି। ବର୍ତ୍ତମାନ ସୁଦ୍ଧା ୧ କୋଟି ୧୬ ଲକ୍ଷ ମହିଳା ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଛନ୍ତି। ଡିସେମ୍ବର ସୁଦ୍ଧା ୧ କୋଟିରୁ ଅଧିକ ମହିଳା ହେବେ ଉପକୃତ ।ଆଗକୁ ଆହୁରି ମହିଳା ଏଥିରେ ସାମିଲ ହେବେ। ବିଭିନ୍ନ କାରଣରୁ ଯେଉଁମାନଙ୍କ ନାଁ ତାଲିକାରୁ ବାଦ୍ ରହିଛି । ଖୁବ୍ ଶୀଘ୍ର ଏହାର ସମାଧାନ କରି ସମସ୍ତଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯିବ ବୋଲି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।