ଭୁବନେଶ୍ୱର(ରାଜ୍ୟକାହାଣୀ) ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍ଡେଟ୍। ୨୦୨୫ ମାର୍ଚ୍ଚ ୭ ତାରିଖ ହେଉଛି ସୁଭଦ୍ରା ଆବେଦନର ଡେଡ୍ ଲାଇନ୍। ମାର୍ଚ୍ଚ ୭ ତାରିଖ ଯାଏଁ ହିତାଧିକାରୀମାନେ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ । ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏଯାଏଁ ୮୦ ଲକ୍ଷ ୪୬ ହଜାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳି ସାରିଲାଣି । ୧ କୋଟି ୪୬ ଲକ୍ଷ ଏଯାବତ ପଞ୍ଜିକରଣ କରି ସାରିଛନ୍ତି ।ହିତାଧିକାରୀ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ। ପଞ୍ଜିକରଣ କରିଥିବା ସମସ୍ତ ଯୋଗ୍ୟ ହିତାଧିକାରୀ ଠିକ୍ ସମୟରେ ଟଙ୍କା ପାଇବେ। ସୁଭଦ୍ରା ଯୋଜନା ପାଇଁ ବ୍ୟାଙ୍କଗୁଡିକରେ ଭିଡ଼ କରନ୍ତୁ ନାହିଁ। ବ୍ୟସ୍ତ ନହୋଇ ପଞ୍ଜିକରଣ କରିବାକୁ ଅନୁରୋଧ ।ତେବେ ୨ ଲକ୍ଷ ୬୭ ହଜାର ଅଯୋଗ୍ୟଙ୍କ ଭିତରୁ ଯେଉଁମାନଙ୍କର ଭୁଲ୍ ହେଇଥିଲା, ସେମାନଙ୍କର ରିଭ୍ୟୁ ଚାଲିଛି । ୨୨ ପ୍ରତିଶତ କାମ ସମାଧାନ ହେଇସାରିଛି , ଏବେ କେବଳ ଭେରିଫିକେସନ୍ ପରେ ସେମାନେ ଟଙ୍କା ପାଇବେ ବୋଲି ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି ।