ସାବରମତୀ ରିପୋର୍ଟ ଫିଲ୍ମ ଉପରୁ ଟିକସ ଛାଡ଼ କରିଥିବାରୁ ଧନ୍ୟବାଦ ଜଣାଇଲେ ଏକତା କପୁର । 

ଭୁବନେଶ୍ୱର(ରାଜ୍ୟକାହାଣୀ)ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଏକତା କପୁର । ସାବରମତି ରିପୋର୍ଟ ଫିଲ୍ମ ଦେଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ଫିଲ୍ମ ପ୍ରଯୋଜକ ଏକତା କପୁର । ଏହାସହ ସାବରମତୀ ରିପୋର୍ଟ ଫିଲ୍ମକୁ ରାଜ୍ୟ ସରକାର କରମୁକ୍ତ କରିଥିବାରୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି ଏକତା କପୁର ।  ସୂଚନା ଅନୁସାରେ ନଭେମ୍ବର ୨୮ରେ ବଲିଉଡ୍ ଫିଲ୍ମ ‘ଦ ସାବରମତୀ ରିପୋର୍ଟ’ଉପରୁ ଆମୋଦ କର ହଟାଇଥିଲେ ରାଜ୍ୟ ସରକାର । ଏନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଥିଲେ ।

ସତ୍ୟ ଘଟଣା ଉପରେ ଆଧାରିତ ହିନ୍ଦୀ ଚଳଚ୍ଚିତ୍ର “The Sabarmati Report”, ଯାହାକି ୨୭ ଫେବୃଆରୀ ୨୦୦୨ର ଗୋଧ୍ରା ରେଳ ପୋଡ଼ି ଘଟଣା ଉପରେ ପର୍ଯ୍ୟବସିତ । ଏହି ମର୍ମନ୍ତୁଦ ଘଟଣା ଉପରେ ଆଧାରିତ ଚଳଚ୍ଚିତ୍ରଟି ଏବେ ଓଡ଼ିଶାରେ ପ୍ରଦର୍ଶିତ ହେଉଅଛି ।  ଏହି କ୍ରମରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସାବରମତୀ ରିପୋର୍ଟକୁ ଟ୍ୟାକ୍ସ ଫ୍ରି କରିଛନ୍ତି। ଏହା ପୂର୍ବରୁ ମଧ୍ୟପ୍ରଦେଶ, ଛତିଶଗଡ ସରକାର ଫିଲ୍ମକୁ ଟ୍ୟାକ୍ସ ଫ୍ରି କରିଥିଲେ। ଏହି ଫିଲ୍ମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପ୍ରଶଂସା କରିଛନ୍ତି। 

Leave A Reply

Your email address will not be published.

two + 12 =