ବିଧାନସଭାରେ ଚାଞ୍ଚଲ୍ୟକର ତଥ୍ୟ ଦେଲେ ମନ୍ତ୍ରୀ ଗୋକୁଳାନନ୍ଦ

ଭୁବନେଶ୍ୱର(ରାଜ୍ୟକାହାଣୀ)ରାଜ୍ୟରେ ଗତ ଦୁଇ ବର୍ଷରେ ୫ ଲକ୍ଷରୁ ଅଧିକ ଲୋକଙ୍କୁ କାମୁଡ଼ିଲେଣି ବୁଲା କୁକୁର । ବୁଧବାର ଗୃହରେ ଏଭଳି ଚାଞ୍ଚଲ୍ୟକର ତଥ୍ୟ ରଖିଛନ୍ତି ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ।ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷ ବୁଲା କୁକୁର । ବୁଲା କୁକୁରଙ୍କ ଉପଦ୍ରବରେ ଲୋକ ହନ୍ତସନ୍ତ ।   ରାଜ୍ୟର ୮ ଟି ସହରାଞ୍ଚଳରେ ୪ ହଜାର ୬୦୫ କୁକୁରଙ୍କ ବନ୍ଧ୍ୟା କରଣ କରାଯାଇଛି।  ଗତ ୧୦ ମାସରେ ୨ ଲକ୍ଷ ୪୩ ହଜାର ୫୬୫ ଜଣ ଲୋକ କୁକୁର କାମୁଡ଼ାରେ ଶିକାର ହୋଇଛନ୍ତି । ସେହିପରି ଗତବର୍ଷରେ ୨ ଲକ୍ଷ ୬୦ ହଜାର ଲୋକ କୁକୁର କାମୁଡ଼ାର ଶିକାର ହୋଇଥିଲେ ।  

Leave A Reply

Your email address will not be published.

5 × 5 =