ଏହି ରାଜ୍ୟରେ ନିଷେଧ ହେଲା ଗୋମାଂସ

ଆସାମ ସରକାର ବୁଧବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।  ସରକାର ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ନିଜେ ଏହା ଘୋଷଣା କରିଛନ୍ତି। ରାଜ୍ୟର କୌଣସି ହୋଟେଲ, ରେଷ୍ଟୁରାଣ୍ଟ ଏବଂ ସାର୍ବଜନୀନ ସ୍ଥାନରେ ଗୋମାଂସ ପରସାଯାଇ ପାରିବ ନାହିଁ।ସରକାରଙ୍କ ଏହି ନିଷ୍ପତ୍ତି ପରେ ଆସାମ ମନ୍ତ୍ରୀ ପୀୟୁଷ ହଜାରିକା ଏକ ପୋଷ୍ଟ କରି ରାଜ୍ୟ କଂଗ୍ରେସକୁ ଆହ୍ବାନ କରିବା ସହିତ ଗୋମାଂସ ପ୍ରତିବନ୍ଧକକୁ ସ୍ଵାଗତ କର ନଚେତ ପାକିସ୍ତାନ ଚାଲିଯାଅ ବୋଲି କହିଛନ୍ତି।  ଦିଲ୍ଲୀରେ ଆସାମ ସରକାରଙ୍କ କ୍ୟାବିନେଟ ବୈଠକ ବସିଥିଲା। ଏହି ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନ୍ୟ ମନ୍ତ୍ରୀମାନେ ଯୋଡ଼ି ହୋଇଥିଲେ। ଏହି ସମୟରେ ରାଜ୍ୟରେ ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନିଆଯାଇଛି।

Leave A Reply

Your email address will not be published.

twelve − eleven =