ଆସନ୍ତା ମାସରେ ଆରମ୍ଭ ହେବ ହେବ ପକ୍ଷୀ ଗଣନା

ଭୁବନେଶ୍ୱର(ରାଜ୍ୟକାହାଣୀ) ଆସନ୍ତା ମାସରେ ଆରମ୍ଭ ହେବ ହେବ ପକ୍ଷୀ ଗଣନା

ଆସନ୍ତା ମାସରେ ରାଜ୍ୟରେ ପକ୍ଷୀ ଗଣନା ଆରମ୍ଭ ହେବ ହେବ I ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ।  ନଭେମ୍ବର ସୁଦ୍ଧା ଓଡ଼ିଶା ଆସିଛନ୍ତି ୪ ଲକ୍ଷ ୯୪ ହଜାର ୩୬୬ ସଂଖ୍ୟକ ବିଦେଶାଗତ ପକ୍ଷୀ। ଏଥିମଧ୍ୟରୁୁ କେବଳ ନଳବଣକୁ ୨ ଲକ୍ଷ ୧୭ ହଜାର ୧୭୦ ଗୋଟି ବିଦେଶାଗତ ପକ୍ଷୀ ଆସିଛନ୍ତି।ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀମାନେ ଚିଲିକାର ଚତୁଃପାର୍ଶ୍ଵରେ ଥିବା ଜଳାଶୟ ଯଥା ମଙ୍ଗଳାଯୋଡି, ଭୁଷଣ୍ଡପୁରୁ, ବାଲିପାଟପୁର, ନଇରି, ବଉଳାବନ୍ଧ, ବଡଗୋଠ, ଟୁଆଗମ୍ଭାରୀ, ଗୁରୁବାଇ, ସିପିଆ, ନଳବଣ, ମଧୁରଚୁଆ, ସମଲନାସୀ, ପାଣ୍ଡାନାସୀ, ପଞ୍ଚକୁଦୀ, ସୁନନ୍ଦା ଓ କାଲୁରୀ ଅଞ୍ଚଳରେ ଥିବା ଜଳାଶୟ ମାନଙ୍କରେ ଦେଖାଯାଇଥାନ୍ତି । ବିଦେଶାଗତ ପକ୍ଷୀମାନଙ୍କ ପାଇଁ ପ୍ରତି ବର୍ଷ ଅକ୍ଟୋବରରୁ ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ୨୧ ଗୋଟି ଅସ୍ଥାୟୀ ପକ୍ଷୀ ସୁରକ୍ଷା ଶିବିର,୨ ଗୋଟି ଭ୍ରାମ୍ୟମାଣ ଦଳ ଗଠନ କରାଯାଇ ପ୍ରତି ଶିବିରରେ ତିନି ଜଣ ସ୍ଥାନୀୟ ଯୁବକ ଏବଂ ଜଣେ ବନରକ୍ଷୀଙ୍କ ଦ୍ଵାରା ଦିବାରାତ୍ର ପ୍ରହରା ଦେଇ ପକ୍ଷୀମାନଙ୍କୁ ସୁରକ୍ଷା ଦିଆଯାଉଛି। ଅନ୍ୟପଟେ ରାଜ୍ୟରେ ବିଭିନ୍ନ କାରଣରୁ ବର୍ଷକୁ ବର୍ଷ ହାତୀଙ୍କ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ତଥ୍ୟ ଅନୁସାରେ, ୧୦ ବର୍ଷରେ ପ୍ରାଣ ହରାଇଲେଣି ୮୫୭ ହାତୀ । ସେଥିମଧ୍ୟରୁ ୩୦୫ ହାତୀ ରୋଗର ଶିକାର ହୋଇ ପ୍ରାଣ ହରାଇଥିବାବେଳେ ୧୪୯ ହାତୀ ବିଦ୍ୟୁତ ଆଘାତରେ ଜୀବନ ହରାଇଛନ୍ତି।  ଏହାସହ ଅନ୍ୟ ପ୍ରାକୃତିକ କାରଣରୁ ୨୨୯ ହାତୀଙ୍କର ମୃତ୍ୟୁ ହୋଇଛି। ଶିକାର ଦ୍ୱାରା ୩୦ ହାତୀ, ରେଳ ଦୁର୍ଘଟଣାରେ ୨୯, ପ୍ରତିହିଂଶା ପରାୟଣ ଘଟଣାରେ ୧୬ ହାତୀ ମୃତ୍ୟୁବରଣ କରିଛନ୍ତି। ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷ ରାମ ସିଂ ଖୁଣ୍ଟିଆ।

Leave A Reply

Your email address will not be published.

2 × 4 =