ଆସିକା ଚିନି କଳର ହେବ ପୁନରୁଦ୍ଧାର ଓ ଆଧୁନିକୀକରଣ

ଭୁବନେଶ୍ୱର(ରାଜ୍ୟକାହାଣୀ) ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ। ଏହି ଟାସ୍କ ଫୋର୍ସ ମହାରାଷ୍ଟ୍ର ଏବଂ ଅନ୍ୟ ରାଜ୍ୟଗୁଡିକୁ ପରିଦର୍ଶନରେ ଯାଇ ସେଠାକାର ବ୍ୟବସ୍ଥା ସମ୍ପର୍କରେ  ଅନୁଧ୍ୟାନ କରି ସେମାନଙ୍କ ସୁଚିନ୍ତିତ ମତାମତ ଦେବା ପରେ  ଏହାର ରିପୋର୍ଟ ଆଧାରରେ ଚିନି କଳର ପୁନରୁଦ୍ଧାର କରାଯିବ । ଆସିକା ସମବାୟ ଚିନି କଳ ୧୯୫୬ ମସିହାରେ ସ୍ଥାପିତ ହୋଇଥିଲା। ୧୯୬୩ରେ ଏଠାରେ ଚିନି ଉତ୍ପାଦନ ଆରମ୍ଭ ହୋଇଥିଲା। ପରେ ଏହାର କ୍ଷମତା ବୃଦ୍ଧି ହୋଇ ଚିନି ସହ ଅନ୍ୟାନ୍ୟ ପଦାର୍ଥ ମଧ୍ୟ ଉତ୍ପାଦନ କରାଯାଉଛି। ତେବେ ବର୍ତ୍ତମାନ ଏହା ଲାଭଜନକ ସ୍ଥିତିରେ ନାହିଁ। ତେଣୁ ଏହାର ପୁନରୁଦ୍ଧାର ପାଇଁ ପଦକ୍ଷେପ ନେବା ପାଇଁ ନୂଆ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି।

Leave A Reply

Your email address will not be published.

1 + 7 =