ସାଉଥ୍ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଜାମିନ୍। ତେଲେଙ୍ଗାନା ତଳ କୋର୍ଟ ଅଲ୍ଲୁଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହେପାଜତରେ ପଠାଇବା ପରେ ତେଲେଙ୍ଗାନା ହାଇକୋଟର ଦ୍ବାରସ୍ଥ ହୋଇଥିଲେ ଏବଂ ଜରୁରୀକାଳୀନ ଶୁଣାଣି ପାଇଁ ଆବେଦନ କରିଥିଲେ। ଆଜି ସନ୍ଧ୍ୟା ସୁଦ୍ଧା ତାଙ୍କୁ ହାଇକୋର୍ଟରୁ ଅନ୍ତରୀଣ ଜାମିନ ମିଳିଛି।ସୂଚନାଯୋଗ୍ୟ ଡିସେମ୍ବର ୪ ରେ ଏହି ଘଟଣା ଘଟିଥିଲା ଯେତେବେଳେ ଅଭିନେତାଙ୍କ ଟିକିଏ ଝଲକ ଦେଖିବାକୁ ସନ୍ଧ୍ୟା ଥିଏଟରରେ ବହୁ ଜନସମାଗମ ହୋଇଥିଲା। ଏଠାରେ ରେବଥି ନାମକ ଜଣେ ୩୯ ବର୍ଷ ବୟସ୍କା ମହିଳା ଶ୍ୱାସରୁଦ୍ଧ ହୋଇ ଜୀବନ ହରାଇଥିବାବେଳେ ତାଙ୍କର ଆଠ ବର୍ଷର ପୁଅ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ମହିଳାଙ୍କ ପରିବାରର ଅଭିଯୋଗ ପରେ ପୋଲିସ ଡିସେମ୍ବର ୫ ରେ ଅର୍ଜୁନ, ତାଙ୍କ ସୁରକ୍ଷା ଦଳ ଏବଂ ଥିଏଟର ମ୍ୟାନେଜମେଣ୍ଟ ବିରୋଧରେ ମାମଲା ଦାୟର କରିଥିଲା।