ଭୁବନେଶ୍ୱର(ରାଜ୍ୟକାହାଣୀ) ଫେବୃଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା। ୧୨୬୮ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ବୁଧବାର ବିଜ୍ଞପ୍ତି ଜାରି କରାଯାଇଛି। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଅଛନ୍ତି। ସେହିଭଳି ୨୭ ହଜାର ୨୮୨ ଜଣ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆବେଦନ କରିଛନ୍ତି। ଫେବୃଆରୀ ୧୮ ତାରିଖରେ ଏହି ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ମାର୍ଚ୍ଚ ୨୭ ରେ ଶେଷ ହେବ । ତେବେ ପରୀକ୍ଷାକୁ ତ୍ରୁଟି ମୁକ୍ତ କରିବା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ।