ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ

ଭୁବନେଶ୍ୱର(ରାଜ୍ୟକାହାଣୀ) ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି।ଡଃ କମ୍ଭାମପତି ୨୦୨୧ ଜୁଲାଇ ୧୯ତାରିଖରୁ ମିଜୋରାମର ରାଜ୍ୟପାଳ ଅଛନ୍ତି। ଛାତ୍ର ରାଜନୀତିରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିିତ ହୋଇଥିଲେ।ଓଡ଼ିଶା ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ରଘୁବର ଦାସଙ୍କ ଇସ୍ତଫା ଗ୍ରହଣ କରିଛନ୍ତି ରାଷ୍ଟ୍ରପତି । ୩୧ ଅକ୍ଟୋବର ୨୦୨୩ରେ ଓଡ଼ିଶା ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ ରଘୁବର ।ସେହିଭଳି ଓଡ଼ିଶା ସମେତ ଆଉ 4 ରାଜ୍ୟରେ ମଧ୍ୟ ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି। ଜେନେରାଲ ବିଜୟ କୁମାର ସିଂହଙ୍କୁ ମିଜୋରାମ ରାଜ୍ୟପାଳ, ରାଜେନ୍ଦ୍ର ବିଶ୍ଵନାଥ ଅର୍ଲେକରଙ୍କୁ କେରଳ ରାଜ୍ୟପାଳ, ଆରିଫ ମହମ୍ମଦଙ୍କୁ ବିହାର ରାଜ୍ୟପାଳ ଏବଂ ଅଜୟ କୁମାର ଭଲ୍ଲାଙ୍କୁ ମଣିପୁର ରାଜ୍ୟପାଳ ନିଯୁକ୍ତ କରାଯାଇଛି।

Leave A Reply

Your email address will not be published.

11 − 2 =