ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆସନ୍ତା ୩୧ରେ ସରୁଥିଲା।ଜାନୁଆରୀ ମାସରେ ରାଜ୍ୟରେ ରହିଛି ଦୁଇ ବଡ଼ ଇଭେଣ୍ଟ । ଜାନୁଆରୀ ୮ରୁ ୧୦ ଯାଏ ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ଓ ୨୮-୨୯ତାରିଖରେ ଉତ୍କର୍ଷ ଓଡ଼ିଶା- ମେକ୍ ଇନ ଓଡ଼ିଶା କନକ୍ଲେଭ । ଏହାର ଆୟୋଜନ ଠାରୁ ପରିଚାଳନାରେ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ।ସେ ଗତ ଜୁନ୍ ୩୦ରେ ଓଡ଼ିଶା ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ସେ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ମନୋଜ ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ ଅଫିସର।