ଭୁବନେଶ୍ୱର(ରାଜ୍ୟକାହାଣୀ) ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦେଲେ ବଡ଼ ସୂଚନା। ରାଜ୍ୟରେ ଅଛନ୍ତି ୪୦ ଲକ୍ଷ ଭୂତ ରାସନକାର୍ଡଧାରୀ।ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ ଭୂତ ହିତାଧିକାରୀ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ଇ-କେୱାଇସି ଜାରି ଥିବା ମନ୍ତ୍ରୀ କହିଥିବା ବେଳେ ଭୂତ ରାସନକାର୍ଡଧାରୀଙ୍କ ଭଳି ଭୂତ ଚାଷୀଙ୍କୁ ଧରାଯିବ ବୋଲି ମଧ୍ୟ କହିଛନ୍ତି। ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ଆଉ ଥରେ ହେଉଛି ଚାଷୀ ପଞ୍ଜିକରଣ । ରାସନ କାର୍ଡ ଭଳି ଚାଷୀ ତାଲିକାରେ ଅନେକ ଅଣ ଚାଷୀ ଥିବାରୁ ଆଉ ଥରେ ହେବ ତାଲିକା ।